ହରଭଙ୍ଗା (କୃଷ୍ଣଚନ୍ଦ୍ର ସିଂହ) : ବୌଦ୍ଧ ବନ ଖଣ୍ଡ ପକ୍ଷରୁ ସଦର ରେଞ୍ଜ ବୌଦ୍ଧ ସେକସନ ନାଏକପଡାଠାରେ ୭୬ତମ ବନ ମହୋତ୍ସବ ସପ୍ତାହ ଅବସରରେ ସାମୁହିକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ l ସମ୍ମାନିତ ଅତିଥି ଭାବରେ ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ବୌଦ୍ଧ ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ l ସାମୁହିକ ବୃକ୍ଷ ରୋପଣ ସହ ବାମଣ୍ଡା ମେଗା ନର୍ସରୀଠାରେ ଏକ ସଭା ବନଖଣ୍ଡ ଅଧିକାରୀ ଦେବପ୍ରିୟ କମ୍ପଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା l ସେଥିରେ ମଧ୍ୟ ଅତିଥିମାନେ ଉପସ୍ଥିତ ରହି ବନ ମହୋତ୍ସବ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ l
