ଆଜି ପାଟଣା ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ ଅବସରରେ ଏକ ରାଲି ର ଆୟୋଜନ କରାଯାଇ ଥିଲା।ଏହି ରାଲିରେ ବିଦ୍ୟାଳୟର ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରକାଶ କୁମାର ରାୟ, କ୍ଲଷ୍ଟର ସଂଯୋଜକ ଜ୍ୟୋତିର୍ମୟ ତ୍ରୀପାଠୀ ପ୍ରମୁଖା ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କ ସହ ଗ୍ରାମ ପରିକ୍ରମା କରି ସାକ୍ଷରତା ସମ୍ବନ୍ଧୀୟ ବିଭିନ୍ନ ସ୍ଲୋଗାନ ଦେଇ ନିରକ୍ଷର ଲୋକଙ୍କୁ ସଚେତନ କରିବା ସହିତ ସେମାନେ କିପରି ସମାଜର ମୁଖ୍ୟ ସ୍ରୋତରେ ସାମିଲ୍ ହେବେ ସେଥିପ୍ରତି ଗୁରୁତ୍ୱ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ତଥା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ସଂପାଦକ କମଳାକାନ୍ତ ପତି,ପ୍ରକାଶ କୁମାର ମିଶ୍ର, ସୁଶାନ୍ତ ମହାନ୍ତ,ଚନ୍ଦ୍ରାବତୀ ନାଏକ, ସସ୍ମିତା ନାୟକ ପ୍ରମୁଖ ସାମିଲ ଥିଲେ। ଏହା ପରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କୁ ସାକ୍ଷରତା ଦିବସ ବିଷୟରେ ଅବଗତ କରାଗଲା।
