*ତିର୍ତ୍ତୋଲରେ ବିଜେପିର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ : ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି*
ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକର ଏକ ଘରୋଇ ମଣ୍ଡପରେ ଭାରତୀୟ ଜନତା ପାର୍ଟିର ଜଗତସିଂହପୁର ସାଙ୍ଗଠନିକ ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି।
ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ପାରାଦ୍ୱୀପର ବିଧାୟକ ତଥା ରାଜ୍ୟ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ, ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇ, ଜିଲ୍ଲା ସଭାପତି ପ୍ରତାପ ମିଶ୍ର, ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ, ଏରସମା-ବାଲିକୁଦା ବିଧାୟକ ପ୍ରାର୍ଥୀ ସତ୍ୟସାରଥୀ ମହାନ୍ତି, ରାଜ୍ୟ କାର୍ଯ୍ୟକାରିଣୀ ସମ୍ପାଦିକା ପୂର୍ଣ୍ଣିମା ରାଉତ, ଜିଲ୍ଲାର ପୂର୍ବତନ ସଭାପତି ସତ୍ୟବ୍ରତ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ।
ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନମଙ୍ଗଳକାରୀ ଯୋଜନାକୁ ତୃଣମୂଳ ସ୍ତରରେ ପହଞ୍ଚାଇବା, ସଙ୍ଗଠନକୁ ମଜବୁତ କରିବା, ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ପ୍ରସ୍ତାବ ଓ ବିରୋଧୀଙ୍କୁ ନିନ୍ଦା ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା। ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେପି ସମର୍ଥିତ ପ୍ରାର୍ଥୀଙ୍କୁ ବିଜୟୀ କରିବା ପାଇଁ ରଣନୀତି ପ୍ରସ୍ତୁତ କରାଯାଇଥିଲା।
