** ଧାମନଗର ବ୍ଳକର ଅସୁରାଳି ଗ୍ରାମ ପଂଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳକଂ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ**
ଭଦ୍ରକ, ତା–୨୧/୦୯/୨୦୨୬: ଧାମନଗର ବ୍ଳକର ଅସୁରାଳି ପଂଚାୟତ ସମିତି ସମ୍ମିଳନୀ କକ୍ଷ ପରିସରଠାରେ ଆଜି ଜିଲ୍ଲାପାଳକଂ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି।
ଏହି ଶୁଣାଣିରେ ମୋଟ ୧୬୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୧୫୦ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୧୨ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୨ଟି ଅଭିଯୋଗ ରହିଥିଲା।
ଶୁଣାଣି ସମୟରେ ୨୨ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠି ମାଧ୍ୟମରେ ୨ଜଣ ଅଭିଯୋଗକାରୀଙ୍କୁ ମୋଟ ୬,୦୦୦/- ଟଙ୍କା ମଞ୍ଜୁର କରାଯାଇଛି।
ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ , ଅତିରିକ୍ତ ଜ଼ିଲ୍ଲାପାଳ ସରୋଜ ଦତ୍ତ , ମୁଖ୍ୟ ଉନ୍ନୟନ ଅଧିକାରୀ, DRDA, ଶୁଭେନ୍ଦ୍ର ସାମଲ, ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୋଦ ପ୍ରହରାଜ, ଉପ ଜ଼ିଲ୍ଲାପାଳ ସୌରଭ ଚକ୍ରବର୍ତ୍ତୀ, ଧାମନଗର ବ୍ଲକର ଗୋଷ୍ଟି ଉନ୍ନୟନ ଅଧିକାରୀ ବନବିହାରୀ ଧିଣ୍ଡା ଓ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଭଦ୍ରକ ରୁ ସୀତାକାନ୍ତ ବିଶ୍ବାଳ ଙ୍କ ରିପୋର୍ଟ
