ଉଖୁଣ୍ଡା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଉଖୁଣ୍ଡାରେ ତା ୨୫/୦୯/୨୦୧୬ ରିଖ ଶୁକ୍ରବାର ରାଷ୍ଟ୍ର ଗୀତ ବନ୍ଦେ ମାତରମ୍ ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ନମାମି ଭାରତ ବନ୍ଦେ ମାତରମ୍ ଗାନ କାର୍ଯ୍ୟକ୍ରମ ଠିକ୍ ଦିବା ଘ୧୧ଟିକା ସମୟରେ ଅନୁଷ୍ଠିତ ହୋଇଯାଇଅଛି। ବିଦ୍ୟାଳୟର ସଭାପତି ଶ୍ରୀଯୁକ୍ତ ଭକ୍ତବନ୍ଧୁ ମହାନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ବିଶ୍ଵ ହିନ୍ଦୁ ପରିଷଦର ସକ୍ରିୟ କାର୍ଯ୍ୟକର୍ତ୍ତା ଶ୍ରୀଯୁକ୍ତ ଅମୃତ ଚରଣ ମହାନ୍ତ ଯୋଗଦାନ କରି ବନ୍ଦେ ମାତରମ୍ ର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ବନ୍ଧରେ ଆଲୋକପାତ କରିଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ବିମ୍ବାଧର ମହାନ୍ତ ଉପସ୍ଥିତ ଅତିଥି ଅଧିକାରୀଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ବରିଷ୍ଠ ଆଚାର୍ଯ୍ୟ ଗୋପାଳ ଚନ୍ଦ୍ର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମର ସଂଯୋଜନା ଆଚାର୍ଯ୍ୟ ବେଣୁଧର ମହାନ୍ତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ପରିଚାଳନା ସମିତିର ସମସ୍ତ କାର୍ଯ୍ୟକର୍ତ୍ତା , ଶୁଭେଚ୍ଛୁ, ଅଭିଭାବକ ଅଭିଭାବିକା ତଥା ଗୁରୁଜୀ ଗୁରୁମା ଅଂଶ ଗ୍ରହଣ କରି କାର୍ଯ୍ୟକ୍ରମକୁ ସାଫଲ୍ଯ ମଣ୍ଡିତ କରିଥିଲେ ।
