*ନୂଆପଡ଼ାରେ ସୌର ଶକ୍ତିର ବାର୍ତ୍ତା: ଜିଲ୍ଲାପାଳଙ୍କ ଦ୍ୱାରା ‘ସୋଲାର ରଥ’ ଲୋକାର୍ପିତ*
ନୂଆପଡ଼ା(ମିଖାଏଲ ନନ୍ଦ)
ତା-୩୦/୦୯:
ପିଏମ୍ ସୂର୍ଯ୍ୟ ଘର: ମୁଫ୍ତ ବିଜୁଳି ଯୋଜନା ସମ୍ପର୍କରେ ଲୋକଙ୍କୁ ଅଧିକ ସଚେତନ କରିବା ସହ ରୁଫ୍ଟପ୍ ସୋଲାର ଗ୍ରହଣ ପାଇଁ ଉତ୍ସାହିତ କରିବା ଲକ୍ଷ୍ୟରେ ଟାଟା ପାୱାରା ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଡବ୍ଲୁଓଡିଏଲ୍) ପକ୍ଷରୁ ଆଜି ନୂଆପଡ଼ା ଜିଲ୍ଲାରେ ‘ସୋଲାର ରଥ’ ମାଧ୍ୟମରେ ସଚେତନତା ଅଭିଯାନର ଶୁଭାରମ୍ଭ ହୋଇଯାଇଅଛି । ଆଜି ନୂଆପଡ଼ା ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ମଧୁସୂଦନ ଦାଶ ଏହି ସୋଲାର ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଜିଲ୍ଲା ପ୍ରଶାସନ ତଥା ଟିପିଡବ୍ଲୁଓଡ଼ିଏଲର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।ପ୍ରଥମେ ସମ୍ବଲପୁରରେ ମାନ୍ୟବର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଏହି ସୋଲାର ରଥର ଶୁଭ ଉଦ୍ଘାଟନ କରାଯାଇଥିଲା। ପରେ ବରଗଡ଼, ଝାରସୁଗୁଡ଼ା, ସୋନପୁର, କଳାହାଣ୍ଡି ଜିଲ୍ଲାରେ ଏହି ସୋଲାର ରଥ ପହଞ୍ଚି ସାରିଥିବା ବେଳେ ଏବେ ନୂଆପଡା ଜିଲ୍ଲାରେ ଯାତ୍ରା ଆରମ୍ଭ କରିଛି ।
ଏହି ସଚେତନତା ରଥ ଦ୍ୱାରା ପଶ୍ଚିମ ଓଡ଼ିଶାର ଅଧିକ ଅଞ୍ଚଳରେ ରୁଫ୍ଟପ୍ ସୋଲାର ଓ ପିଏମ୍ ସୂର୍ଯ୍ୟ ଘର ଯୋଜନା ସମ୍ପର୍କରେ ସୂଚନା ପହଞ୍ଚିବ ବୋଲି ଆଶା କରାଯାଉଛି ।
