ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ।
ଭଞ୍ଜନଗର:୩୦/୯ (ପ୍ରଫୁଲ୍ଲ କୁମାର ମହାରଣା )ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ଡିହପଢ଼ାଳ, ଭଞ୍ଜନଗର ପରିସରରେ ଏକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଷ୍ଟମରୁ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ଏଥିରେ ଯୋଗଦେଇ ସ୍ୱାସ୍ଥ୍ୟ ସୁରକ୍ଷା ଓ ସଚେତନତା ସମ୍ପର୍କରେ ଜ୍ଞାନ ଆହରଣ କରିଥିଲେ।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ସମନ୍ୱିତ ପରାମର୍ଶଦାତା ଶ୍ରୀ ଶ୍ୟାମ ସୁନ୍ଦର ପୃଷ୍ଟି ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସ୍ୱାସ୍ଥ୍ୟର ଗୁରୁତ୍ୱ, ସ୍ୱଚ୍ଛତା, ସୁସ୍ଥ ଜୀବନଶୈଳୀ ଏବଂ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ସମ୍ପର୍କରେ ସଚେତନ କରାଇଥିଲେ।ପ୍ରଧାନ ଆଚାର୍ଯ୍ୟ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଅତିଥିଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ସହ ପ୍ରଧାନ ଆଚାର୍ଯ୍ୟ ଶ୍ରୀ ଉତ୍ତମ କୁମାର ମହାରଣା ଧନ୍ୟବାଦ ଅର୍ପଣ କରିଥିଲେ। ଶ୍ରୀମତୀ ସଙ୍ଗୀତା ପଟ୍ଟନାୟକ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।କାର୍ଯ୍ୟକ୍ରମରେ ଅଷ୍ଟମରୁ ଦଶମ ଶ୍ରେଣୀର ସମସ୍ତ ଗୁରୁଜୀ ଓ ଗୁରୁମା ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।
