*ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ*
(ଲାୟନ୍ ଡା. ରମେଶ ଅଗ୍ରୱାଲ୍, MJF:ନି:ପ୍ର)
ଭବାନୀପାଟଣା: ତା ୦୯/୧୦/୨୦୨୬ ରିଖ ସ୍ଥାନୀୟ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ପରିସରରେ ମହାନ ଜନନାୟକ ତଥା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପବିତ୍ର ଜୟନ୍ତୀ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଅଧ୍ୟକ୍ଷ ତଥା ପ୍ରତିଷ୍ଠାତା ଡ଼. ଶିବରାମ ନାୟକ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ରହି ଉତ୍କଳମଣିଙ୍କ ପ୍ରତିକୃତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଏହି ମହାନ ଆତ୍ମାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।
ଛାତ୍ରଛାତ୍ରୀମାନଙ୍କୁ ଉଦ୍ବୋଧନ ଦେଇ ଡ଼. ନାୟକ ଗୋପବନ୍ଧୁଙ୍କ ଅମର ବାଣୀ “ମିଶୁ ମୋ ଦେହ ଏ ଦେଶ ମାଟିରେ, ଦେଶବାସୀ ଚାଲିଯାନ୍ତୁ ପିଠିରେ” ର ଅବତାରଣା କରିଥିଲେ। ସେ କହିଥିଲେ ଯେ ଗୋପବନ୍ଧୁଙ୍କ ଦେଶପ୍ରେମ, ସେବା ଓ ତ୍ୟାଗର ଆଦର୍ଶ ଆଜିର ଯୁବପିଢ଼ି ପାଇଁ ଅତ୍ୟନ୍ତ ପ୍ରେରଣାଦାୟୀ। ପ୍ରତ୍ୟେକ ଛାତ୍ରଛାତ୍ରୀ ନିଜ ଜୀବନରେ ଏହି ମହାନ ଆଦର୍ଶକୁ ଆପଣେଇ ଦେଶର ସେବାରେ ନିଜକୁ ନିୟୋଜିତ କରିବା ଉଚିତ।ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଚିତ୍ରଶିଳ୍ପୀ ମୁକୁନ୍ଦ ରେଡ୍ଡୀ ସମ୍ମାନିତ ଅତିଥି ରୂପେ ଯୋଗଦେଇ ଗୋପବନ୍ଧୁଙ୍କ ଜୀବନୀ ଓ ଓଡ଼ିଶାର ଗଠନରେ ତାଙ୍କର ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ। ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରାଯାଇ ସଭା ସାଙ୍ଗ କରାଯାଇଥିଲା।
