ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ‘ସୁରଭି’
ବନ୍ତ /ଆଗରପଡ଼ା, ମାର୍କଣ୍ଡ ଧ।ଡ଼ା(ନିପ୍ର) ବନ୍ତ ବ୍ଲକ ଶିକ୍ଷାଧିକାରୀଙ୍କ ଅଧୀନସ୍ଥ ତୋଫାବିବି କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆଗରପଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆନନ୍ଦ ଓ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି।
ସିଆରସିସି ନିରଞ୍ଜନ ଖିଲାରଙ୍କ ସଂଯୋଜନାରେ ଆୟୋଜିତ ଏହି ମହୋତ୍ସବରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ଭାରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ ଚିତ୍ତରଞ୍ଜନ ମହାନ୍ତି ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଓ ଅନ୍ୟାନ୍ୟ ଅତିଥିମାନେ ଶିଶୁମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ତଥା ସେମାନଙ୍କ ମଧ୍ୟରେ ସୃଜନଶୀଳତା, ଆତ୍ମବିଶ୍ୱାସ ଓ ପ୍ରତିଯୋଗିତାମୂଳକ ମନୋଭାବ ବୃଦ୍ଧି କରିବାରେ ‘ସୁରଭି’ ମହୋତ୍ସବର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ।
କାର୍ଯ୍ୟକ୍ରମରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ହରେକୃଷ୍ଣ ଆପଟ, ଅଧ୍ୟାପକ ଫକୀର ଚରଣ ଶଙ୍ଖୁଆ, ଆଗରପଡ଼ା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଡ. ନଳିନୀ ଶତପଥୀ, ଜିଲ୍ଲା ପରିଷଦ ସଭ୍ୟା ରୁନିତା ଦାସ, କୃଷ୍ଣଚରଣ ବିଦ୍ୟାମନ୍ଦିରର ପ୍ରଧାନଶିକ୍ଷକ ଶରତ ଜେନା, ଅଶାମଣୀ ଉଚ୍ଚ ବିଦ୍ୟାପୀଠ, କେ. ମହାନ୍ତିପଡ଼ାର ପ୍ରଧାନଶିକ୍ଷକ ଗଙ୍ଗାଧର ମହାନ୍ତି, ପରିଚାଳନା କମିଟି ସଭାପତି କୁଳମଣି ସାହୁ ଏବଂ ବି.ଟି.ପୁର ପଞ୍ଚାୟତର ସରପଞ୍ଚ ସୁଭଦ୍ରା ସିଂହ ପ୍ରମୁଖ ଯୋଗଦେଇଥିଲେ।
ଏକାଦଶୀ ଏମ୍.ଇ. ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗନ୍ନାଥ ମଲ୍ଲିକ ଅତିଥିମାନଙ୍କୁ ମଞ୍ଚକୁ ଆମନ୍ତ୍ରଣ କରିଥିବାବେଳେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ରଞ୍ଜିତା ସିଅଳ ବେଦପାଠ କରିଥିଲେ। ବିଦ୍ୟାଳୟର ଶିକ୍ଷକ ଅଜିତ ରାଉଳ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ନୂଆପୋଖରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଅନ୍ତର୍ଯ୍ୟାମୀ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ।
ଏହି ଶିଶୁ ମହୋତ୍ସବର ସଫଳ ଆୟୋଜନରେ ତୋଫାବିବି କ୍ଲଷ୍ଟରର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।
