ସହଦେବ ବିଦ୍ୟାପୀଠରେ ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଅନୁଷ୍ଠିତ। ଢେଙ୍କାନାଳ (ରିପୋର୍ଟ ବିରଞ୍ଚି ନାରାୟଣ ସାହୁ ଭଞ୍ଜଦୂତ ଖବର ଗନ୍ଦିଆ ତା୧୬.୧୦.୨୦୨୬ ସହଦେବ ବିଦ୍ୟାପୀଠ ସାନ୍ଦାପସି ପାଟଣା, ପରିସରରେ ୧୬ ଅକ୍ଟୋବର ୨୦୨୬ ରେ ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଆଜି ଉତ୍ସାହ ଓ ଉଦ୍ଦୀପନାର ସହିତ ଅନୁଷ୍ଠିତ ହୋଇଯାଇଛି।
ଆଜି ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗନ୍ଦିଆ ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀ ପବିତ୍ର କୁମାର ବେହେରା ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ଓ ଉଦ୍ବୋଧନ ଦେବା ସଙ୍ଗେ ସଙ୍ଗେ କୃତି ପ୍ରତିଯୋଗୀଙ୍କୁ ମାନପତ୍ର ଓ ପୁରସ୍କାର ଦେଇ ସମ୍ମାନିତ କରିଥିଲେ। ମୁଖ୍ୟ ଅତିଥି ଙ୍କ ସହିତ ସମ୍ମାନିତ ଅତିଥି ଭାବେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରାକ୍ତନ ଅନୁଶିକ୍ଷା ନିରୀକ୍ଷକ ଦଣ୍ଡଧର ସାହୁ ଏବଂ ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ଫୋରମ୍ ଓଡ଼ିଶା ର ସଭାପତି ତଥା ପ୍ରକୃତ ବନ୍ଧୁ ହରିହର ସାହୁ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉଦ୍ ବୋଧନ ଦେବା ସଙ୍ଗେ ସଙ୍ଗେ କୃତି ପ୍ରତିଯୋଗୀଙ୍କୁ ମାନପତ୍ର ଓ ପୁରସ୍କାର ଦେଇ ସମ୍ମାନିତ କରିଥିଲେ।
ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ମନୋଜ ରଞ୍ଜନ ଦଳେଇଙ୍କ ତତ୍ତ୍ୱାବଧାନରେ ସମଗ୍ର କାର୍ଯ୍ୟକ୍ରମ ସୁଚାରୁରୂପେ ପରିଚାଳିତ ହୋଇଥିଲା। ଏହି ବ୍ଲକସ୍ତରୀୟ ଉତ୍ସବରେ ବିଭିନ୍ନ ବିଦ୍ୟାଳୟରୁ ମୋଟ ୩୭୨ ଜଣ ଛାତ୍ରଛାତ୍ରୀ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ନିଜ ନିଜର ଅନ୍ତର୍ନିହିତ ପ୍ରତିଭା ଓ ସୃଜନଶୀଳତାର ପରିଚୟ ଦେଇଥିଲେ।
କାର୍ଯ୍ୟକ୍ରମରେ ଗୋଷ୍ଠୀ ସହ ଶିକ୍ଷାଧିକାରୀ ଶ୍ରୀ ସୁବାସ ସ୍ୱାଇଁ, ଶ୍ରୀ ସତ୍ୟେନ୍ଦ୍ର ସାହୁ, ଶ୍ରୀ ବିଦ୍ୟାଧର ପରିଡ଼ା ଏବଂ ଶ୍ରୀ କଣ୍ଠ ଦେହୁରୀ ଓ ବିଭାଗୀୟ ଅଧିକାରୀ ଶ୍ରୀ ଧରଣିଧର ମଲ୍ଲିକ ଉପସ୍ଥିତ ରହି କାର୍ଯ୍ୟକ୍ରମର ସୁପରିଚାଳନାରେ kସହଯୋଗ କରିଥିଲେ। ସମସ୍ତ ସିଆରସିସିଙ୍କ ସକ୍ରିୟ ସହଯୋଗରେ
କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପନ୍ନ ହୋଇଥିଲା।
ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କାର ସହ ମାନପତ୍ର ପ୍ରଦାନ କରାଯାଇଥିଲା। ଏହାଦ୍ୱାରା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ, ଆତ୍ମବିଶ୍ୱାସ ବୃଦ୍ଧି ଓ ସୁସ୍ଥ ପ୍ରତିଯୋଗିତାମୂଳକ ମନୋଭାବ ସୃଷ୍ଟି କରିବାର ସୁଯୋଗ ସୃଷ୍ଟି ହୋଇଥିଲା।
ସୁରଭି କାର୍ଯ୍ୟକ୍ରମ ଶିଶୁମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ଏବଂ ସେମାନଙ୍କୁ ଏକ ଉତ୍ତମ ମଞ୍ଚ ପ୍ରଦାନ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଥିଲେ।
