ଲକ୍ଷ୍ମୀ ପୂଜା ଦେଖି ଫେରୁଥିବା ବେଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା,୨ ମୃତ,ଜଣେ ଗୁରୁତର
ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଲକ୍ଷ୍ମୀ ପୂଜା ଦେଖି ଘରକୁ ଫେରୁଥିବା ବେଳେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଏଭଳି ଏକ ହୃଦୟ ବିଦାରକ ଘଟଣା ଢେଙ୍କାନାଳ ଜିଲ୍ଲାର କାମାକ୍ଷାନଗର ଥାନା ୫୩ ନମ୍ବର ଜାତୀୟ ରାଜପଥର ମୁକ୍ତାପଶି ମେଡିକାଲ ଛକ ନିକଟରେ ଘଟିଛି। ଏକ ଅଜଣା ଗାଡି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ଦୁଇ ଜଣ ହେଲେ ପରଜଙ୍ଗ ବ୍ଲକ ପଥରଖମ୍ବ ଗ୍ରାମର ଅଜିତ ନାଏକ ଓ ଅନିଲ ନାଏକ। ସେହି ଗ୍ରାମର ସୁମନ୍ତ ନାଏକ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି। ଅଜିତ ଓ ଅନିଲଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା। ଅନ୍ୟପକ୍ଷରେ ଗୁରୁତର ଆହତ ସୁମନ୍ତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ କାମାକ୍ଷାନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ପାଇଁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଘଟଣାର ଖବର ପାଇ କାମାକ୍ଷାନଗର ଥାନା ଅଧିକାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
ଢେଙ୍କାନାଳ ଜିଲ୍ଲା ରୁ ଗୋକୁଳାନନ୍ଦ ବେହେରା ଙ୍କ ରିପୋର୍ଟ ଭଞ୍ଜଦୂତ ଖବର
