**ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ନୂଆପଡ଼ାରେ ଜାରି ରହିଛି ପ୍ରବଳ ବର୍ଷା ଓ ପବନ, ପ୍ରଶାସନ ପକ୍ଷରୁ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି।*
ନୂଆପଡ଼ା (ମିଖାଏଲ ନନ୍ଦ)
ତା: ୨୮/୧୦:
ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ନୂଆପଡ଼ା ଜିଲ୍ଲାରେ ବ୍ୟାପକ ଭାବେ ଦେଖିବାକୁ ମିଳିଛି। ଜିଲ୍ଲାରେ ତୁହାକୁ ତୁହା ବୃଷ୍ଟିପାତ ସାଙ୍ଗକୁ ପବନର ବେଗ କ୍ରମଶଃ ବୃଦ୍ଧି ପାଉଛି। ଏଭଳି ସ୍ଥିତିରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଥିବାବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।
ବାତ୍ୟା ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିବା ଏବଂ ସେମାନଙ୍କୁ ସୁରକ୍ଷିତ ରଖିବା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରାଯାଉଛି। ବିଶେଷ କରି କୁସମାଲ ଉଚ୍ଚ ପ୍ରାଥମିକ ବାତ୍ୟା ଆଶ୍ରୟ ସ୍ଥଳୀ ପରିଦର୍ଶନ କରାଯାଇ ବାତ୍ୟା ପ୍ରଭାବିତ ପରିବାରଗୁଡ଼ିକୁ ସେଠାକୁ ଆଣିବା ଏବଂ ସେମାନଙ୍କ ପାଇଁ ରନ୍ଧା ଖାଦ୍ୟ ସମେତ ସମସ୍ତ ଆବଶ୍ୟକୀୟ ବ୍ୟବସ୍ଥା ତୁରନ୍ତ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଶାସନର ଏହି ତତ୍ପରତା ଯୋଗୁଁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆଶ୍ୱସ୍ତି ଦେଖିବାକୁ ମିଳିଛି।
