ପୂର୍ବତନ ମନ୍ତ୍ରୀ ତଥା ବିଶିଷ୍ଟ ରାଜନେତା ରାସ ବିହାରୀ ବେହେରାଙ୍କ ପରଲୋକ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ଜଣେ ଦକ୍ଷ ପ୍ରଶାସକ ଓ ଜନପ୍ରିୟ ନେତା ଭାବରେ ସମାଜ ମଙ୍ଗଳ ପାଇଁ ତାଙ୍କର ଅବଦାନ ସଦା ସ୍ମରଣୀୟ ରହିବ। ତାଙ୍କ ବିୟୋଗରେ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ଘଟିଲା। ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ମୁଁ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି। ଓମ୍ ଶାନ୍ତି! 🙏
(ଡା:ରମେଶ କୁମାର.ନି:ପ୍ର)
ରାସ ବିହାରୀ ବେହେରା (ଜନ୍ମ: ୧୨ ଅପ୍ରେଲ ୧୯୩୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର ଓ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୭ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋକସରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୦ ଭାରତୀୟ ସାଧାରଣ ନିର୍ବାଚନରେ ସେ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନା
ରାସ ବିହାରୀ ବେହେରା ୧୯୩୮ ମସିହାର ଅପ୍ରେଲ ୧୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରସନ୍ନ କୁମାର ବେହେରା ଓ ପତ୍ନୀଙ୍କ ନାମ ରାଜେଶ୍ୱରୀ ବେହେରା ।
ରାସ ବିହାରୀ ବେହେରା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ
ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିବା ସହିତ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।
**
ରାସ ବିହାରୀ ବେହେରାଙ୍କ ସୃଷ୍ଟି ସମ୍ଭାର-
ଉପନ୍ୟାସ-ବିଜୟୀ
ଭ୍ରମଣ ସାହିତ୍ୟ-ଅନନ୍ୟସୃଷ୍ଟି କାନାଡ଼ା
