*ନୂଆପଡ଼ା ଜିଲ୍ଲାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ: ଜିଲ୍ଲାରେ ନିର୍ମାଣ ହେବ ୩୫ଟି ବିଦ୍ୟାଳୟ*।
ନୂଆପଡ଼ା(ମିଖାଏଲ ନନ୍ଦ)
ତା-୦୬/୧୧:
ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ବିକାଶ ଏବଂ ଗ୍ରାମାଞ୍ଚଳରେ ମାନସମ୍ପନ୍ନ ପ୍ରାଥମିକ ଶିକ୍ଷା ପ୍ରଦାନ ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଭାସୀ (Virtual) ମାଧ୍ୟମରେ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।
ଏହି ଯୋଜନା ଅଧୀନରେ ନୂଆପଡ଼ା ଜିଲ୍ଲାରେ ମୋଟ ୩୫ ଗୋଟି ଗୋଦାବରୀଶ ମିଶ୍ର ପ୍ରାଥମିକ ଆଦର୍ଶ ବିଦ୍ୟାଳୟ ନିର୍ମାଣ କରାଯିବ। ପ୍ରତ୍ୟେକ ବିଦ୍ୟାଳୟ ପାଇଁ ୫ ଏକର ଜମି ଆବଣ୍ଟନ କରାଯାଇଥିବା ବେଳେ, ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଏବଂ ତ୍ୱରିତ ଗତିରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ପ୍ରକାଶ କରିଛନ୍ତି।
ଏହି ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୂଆପଡ଼ା ବିଧାୟକ ଶ୍ରୀ ଜୟ ଢୋଲକିଆ ଯୋଗଦେଇଥିବା ବେଳେ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ପ୍ରକଳ୍ପ ଦ୍ୱାରା ଜିଲ୍ଲାର ଶିକ୍ଷା କ୍ଷେତ୍ରରେ ଏକ ନୂତନ ଯୁଗ ଆରମ୍ଭ ହେବ ବେଳେ ଅଞ୍ଚଳବାସୀଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି।
