ବିଷମକଟକ ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
ବିଷମକଟକ /ଗୁଣପୁର /
(ଡା:ରମେଶ କୁମାର.ନି:ପ୍ର)
ରାୟଗଡ:- ତା.୦୯-୧୧-୨୦୨୬ରିଖ ଦିନ ବିଷମକଟକ ବ୍ଲକ ସଦଭାବନା ସଭାଗୃହ ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ରାୟଗଡ଼ ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ବିଶ୍ୱମ୍ବର ବେହେରା, ଗୁଣପୁର ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ବିଷମକଟକ ତହସିଲଦାର କେ ଭେଙ୍କେଟସ୍ଵର ରେଡ୍ଡୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିବ ପ୍ରସାଦ ପଟ୍ଟନାୟକ ଯୋଗଦେଇ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୫୭ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୪୩ଟି ବ୍ୟକ୍ତିଗତ ଏବଂ ୧୦ଟି ସାମୁହିକ ଦରଖାସ୍ତ ଓ ସ୍ୱାସ୍ଥ୍ୟଗତ ୦୪ଟି ପଞ୍ଜିକରଣ ହୋଇଥିଲା। ଆଜିର ଏହି ଅଭିଯୋଗ ପ୍ରକୋଷ୍ଠରେ ଜିଲ୍ଲାପାଳ ଚାରି ଜଣଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୫୦,୦୦୦ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଥିବା ବେଳେ ୦୭ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା ବଳକା ସମସ୍ତ ଦରଖାସ୍ତ ଜିଲ୍ଲାପାଳ ଗ୍ରହଣ କରି ସମ୍ପୃକ୍ତ ଅଧିକାରୀଙ୍କ ନିକଟକୁ ପ୍ରେରଣ କରି ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ବିଷମକଟକ ଉପଖଣ୍ଡ ଅରକ୍ଷୀ ଅଧିକାରୀ ସନ୍ତୋଷିନୀ ହେମ୍ବ୍ରମ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ସମାଜ କଲ୍ୟାଣ ଅଧିକାରୀ ମିନତୀ ଦେଓଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।
