ପରିବା ଗାଡି ସହିତ ସ୍କୁଟି ମୁହାଁମୁହିଁ ଧକ୍କା, ଜଣେ ଆହତ ୨ ଗୁରୁତର।
ରେଢ଼ାଖୋଲ ୨୨.୧୧(ଭଂଜଦୂତ ): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ସହରର ସ୍ଥାନୀୟ ସାଲେସିଂ ଛକ ନିକଟରେ ରବିବାର ଦିନ ରାତି ପ୍ରାୟ ୧୦ ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
ଏକ ୩ ଚକିଆ ପରିବା ଗାଡ଼ି ସହିତ ସ୍କୁଟିର ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ସଙ୍କଟାପନ୍ନ ରହିଛି। ଖବର ପାଇ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ଆହତ ମାନଙ୍କୁ ଉଦ୍ଧାର କରି ରେଢ଼ାଖୋଲ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ଗୁରୁତର ଆହତ ୨ ଜଣଙ୍କୁ ବୁର୍ଲା ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି। ସେପଟେ ଏ ସଂକ୍ରାନ୍ତରେ ପୋଲିସ ତଦନ୍ତ ଜାରି ରଖିଛି।
