
ଭବାନୀପାଟଣା (କିଶନ ଶର୍ମା) : ସାରା ଦେଶରେ ବର୍ତ୍ତମାନ ଭୋଟ ଚୋରୀ ନେଇ ତୁମ୍ବିତୋଫାନ ଆରମ୍ଭ ହୋଇଯାଇଛି। କଂଗ୍ରେସ ନେତା ରାହୁଳ ଗାନ୍ଧୀ ଏହି ଭୋଟ ଚୋରୀକୁ ନେଇ ବିଭିନ୍ନ ପ୍ରମାଣ ରଖୁବା ପରେ ପ୍ରସଂଗ ଘନେଇବାରେ ଲାଗିଛି। ରାହୁଳ ଦୀର୍ଘ ସମୟ ଧରି ସେ କିପରି ଭୋଟ ଚୋରୀ ହୋଇଛି ତାହାର ତଥ୍ୟ ରଖୁଛନ୍ତି। ଫଳରେ ସାରା ଦେଶରେ ବର୍ତ୍ତମାନ ଏହାକୁ ନେଇ ତର୍କବିତର୍କ ହେବାରେ ଲାଗିଛି। ରାହୁଳଙ୍କ ଏହି ଚୋରୀ ପ୍ରସଂଗକୁ ଓଡିଶାରେ ପ୍ରଦେଶ କଂଗ୍ରେସ ମଧ୍ଯ ପ୍ରସାର କରିବାରେ ଲାଗିଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀର କରି ଜିଲ୍ଲା କଂଗ୍ରେସ ସଭାପତି ଜଳନ୍ଧର ନାଏକ ଓଡିଶାରେ କିପରି ଭୋଟ ଚୋରୀ ହୋଇଛି ତାହାର ବାଖ୍ୟା କରିଛନ୍ତି।
ଡିସିସି ସଭାପତି ଶ୍ରୀ ନାଏକ କହିଲେ, ଯଦି ଏଭଳି ଭୋଟ ଚୋରୀ ମାଧ୍ୟମରେ ସରକାର ଗଠନ ହୁଏ ତେବେ ଭୋଟର ମର୍ଯ୍ୟାଦା ହାନୀ ହେବା ସହ ସରକାର ଲୋକଙ୍କ ପ୍ରତି ଉତ୍ତରଦାୟୀ ହେବେ ନାହିଁ । ଲୋକମତ ଚୋରୀ କରି କ୍ଷମତାକୁ ଆସିଥିବା ବ୍ୟକ୍ତି କେବେ ଗଣତାନ୍ତ୍ରିକ ବ୍ୟବହାର କରି ପାରିବ ନାହିଁ । ଗତ ଲୋକସଭା ନିର୍ବାଚନରେ ବିଜେପି ସମ୍ପୂର୍ଣ ହାରିବା ସ୍ଥିତିରେ ଥୂଲା ଯଦି ବିହାରରେ ଜେଡିୟୁ, ଆନ୍ଧ୍ରରେ ଟିଡିପି ଏବଂ ଓଡିଶାରେ ବିଜେଡି ସୁପ୍ରିମୋ ସାଲିସ କରି ନ ଥାନ୍ତେ ତେବେ ଦିଲ୍ଲୀରେ ଇଣ୍ଡିଆ ଗଟବନ୍ଧନ ସରକାର କ୍ଷମତାକୁ ଅସିଥାନ୍ତି । ମହାରାଷ୍ଟ୍ରରେ ଗୋଟିଏ କୋଟି ଭୋଟ ଚୋରୀ କରାଯାଇଛି । ସମସ୍ତ ଏକଜିଟ ପୁଲ, ଜନମତ ଏବଂ ରାଜନୈତିକ ଗତି ମିଥ୍ୟା ସାବ୍ୟସ୍ତ ହେଲା ଏବଂ ବିଜେପି ମହାରାଷ୍ଟ୍ରରେ ବିଜୟ ଲାଭ କଲା । ଏହା କେବଳ ସମ୍ଭବ ହୋଇଛି ଭୋଟ ଚୋରୀ ମାଧ୍ୟମରେ । ଓଡିଶା ସଂସଦୀୟ ନିର୍ବାଚନ ପରେ ୪୨ ଲକ୍ଷ ଅଧୂକ ଭୋଟ ପଡ଼ିଥିବା କଥା ବିଶିଷ୍ଟ ସାମ୍ବାଦିକ ପୁଣ୍ୟ ପ୍ରସୂନ ବାଜପେୟୀ ବାରମ୍ବାର ଉପସ୍ଥାପନ କରିଥିଲେ କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ଆୟୋଗ ନେଇ ନଥିଲେ । ଆଶ୍ଚର୍ଯ୍ୟର କଥା ବିଜେଡି ୫୧ ଗୋଟି ବିଧାନସଭା ଆସନ ଜିତିଥିଲେ କିନ୍ତୁ ଗୋଟାଏ ଲୋକସଭା ଆସନ ମଧ୍ଯ ଜିତି ପାରିଲେ ନାହିଁ । ଏହା ଅସମ୍ଭବ । ଧନ୍ୟବାଦ ରାହୁଳ ଗାନ୍ଧୀ ଯିଏ କି ବିଗତ ବର୍ଷ ବର୍ଷ ଧରି ଗଣତନ୍ମ ଏବଂ ସମ୍ବିଧାନକୁ ବଞ୍ଚାଇବା ପାଇଁ ସତ ସାହସ ଦେଖାଇଛ ଛନ୍ତି ଏବଂ ଭୋଟ ଚୋରୀ ଜାଗର କରିଛନ୍ତି । ରହସ୍ୟ ଜନତାଙ୍କ ଆଗରେ ଉଜାଗର କରିଛନ୍ତି ନିର୍ବାଚନ କମିଶନ କେମିତି ଭୋଟ ଚୋରୀ ମାଧ୍ୟମରେ ଲୋକ ରାକଙ୍କ ସହିତ ବିଶ୍ବାସଘାତ କରି ବିଜେପିକୁ କ୍ଷମତାସୀନ କରିଛି ଏସବୁ ବିଷୟରେ କଂଗ୍ରେସ ଆଜି ସୋମବାର ପ୍ରତ୍ୟେକ ଜିଲ୍ଲାରେ ସାମ୍ବାଦିକ ସମ୍ମିଳନୀ କରି ଜଣାଇବା ସହିତ ଗ୍ରାମ ଗ୍ରାମରେ ଚୋରୀ ବିଷୟରେ ଲୋକଙ୍କୁ ସଚେତନ କରାଉଛି । ରାହୁଳ ଗାନ୍ଧୀଙ୍କ ଗଣତନ୍ତ୍ର ବଞ୍ଚାଇବା ସତସାହସକୁ ଏକ ବିରାଟ ଆନ୍ଦୋଳନର ରୂପ ଦିଆଯିବ ବୋଲି ସଭାପତି ନାଏକ କହିଛନ୍ତି । ପୂର୍ବତନ ବିଧାୟକ ଶ୍ରୀ ଭାରତ ଭୂଷଣ ବେମାଲ ନିଜ ବକ୍ତବ୍ୟରେ କହିଲେ ଯେ, ଆମେ ଜିନିଷ ପତ୍ର ଚୋରୀ ହେବା ଶୁଣିଛୁ ଏବଂ ଦୀର୍ଘ ଦଶନ୍ଧି ହେବ ଗଣତାନ୍ତ୍ରିକ ରାଜନୀତିରେ ଅଛୁ କିନ୍ତୁ ଏଭଳି ଭୋଟ ଚୋରୀ କାର୍ଯ୍ୟ ଆମେ କେବେ ଶୁଣି ନ ଥୂଲୁ । ରାହୁଳ ଗାନ୍ଧୀ ତଥ୍ୟ ପ୍ରମାଣ ସହ ନିର୍ବାଚନ ଆୟୋଗଙ୍କ ଭୋଟ ଚୋରୀର ପର୍ଦାଫାଶ ପାଇଁ ଯେଉଁ ସାହାସିକତା ପ୍ରଦର୍ଶନ କରିଛନ୍ତି ସେଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଦେଉଛୁ । ରାହୁଳ ଗାନ୍ଧୀ ନିର୍ବାଚନ ଆୟୋଗଙ୍କୁ ଭୋଟର ଲିଷ୍ଟର ଡିଜିଟାଲ ଡାଟା ଏବଂ ସିସିଟିଭି ଫୁଟେଜ ପ୍ରଦାନ କରିବା ପାଇଁ ଲିଖୂତ ଭାବରେ ଅନୁରୋଧ କରିଥିଲେ କିନ୍ତୁ ଆୟୋଗ ପ୍ରଦାନ କରି ନଥିଲେ । ଯଦି ନିର୍ବାଚନ ଆୟୋଗ ଦୋଷୀ ନୁହନ୍ତି ତେବେ ଡାଟା ଏବଂ ଫୁଟେଜ ପ୍ରଦାନ କଲେ ନାହିଁ କାହିଁକି? ପୁଣି ଭୋଟ ଚୋରୀ ପର୍ଦାଫାଶ କରିବା ପରେ ମହାରାଷ୍ଟ୍ର ସମେତ ଚାରି ଗୋଟି ରାଜ୍ୟର ନିର୍ବାଚନ ଆୟୋଗଙ୍କ ୱେବ ସାଇଟରୁ ଭୋଟର ବିଭାଗ ଡିଲିଟ କରି ଦେଲେ କାହିଁକି ? ଏସବୁରୁ ସ୍ପଷ୍ଟ ଜଣାପଡୁଛି ନିର୍ବ ନିର୍ବାଚନ ଆୟୋଗ ଭୋଟ ଚୋରୀ କରି ଗଣତାନ୍ତ୍ରିକ ମୂଲ୍ୟବୋଧକୁ ସମ୍ପୂର୍ଣ ଜଳାଞ୍ଜଳି ଦେଇଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ଡିସିସି ସଭାପତି ଜଳନ୍ଧର ନାଏକଙ୍କ ସହ ପୂର୍ବତନ ବିଧାୟକ ଭାରତ ଭୂଷଣ ବେମାଲ ଏବଂ ରାଜ୍ୟ କଂଗ୍ରେସ ଶୃଙ୍ଖଳା କମିଟି ସଦସ୍ୟ ଇନ୍ଦ୍ରଜିତ ମହାକୁଡ଼, ନାରୀ ନେତ୍ରୀ ମାଣିକ୍ୟ ସୁନା, ରାଜୀବ ଗାନ୍ଧୀ ପଂଚାୟତ ରାଜ ସଂଗଠନ ରାଜ୍ୟ ସମ୍ପାଦକ ସରୋଜ ବାଗ, ଜିଲ୍ଲା ଉପସଭାପତି ପ୍ରିତମ ବେହେରା, ସଦର ବ୍ଲକ ସଭାପତି ସୁବାଷ ପ୍ରଧାନ,ଆଇନଜୀବି ସିଦ୍ଧାର୍ଥ ନାୟକ, ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ମୁଣ୍ଡ, ବ୍ରଜ ସାହୁ, ବାବା ଖାନ, ଭୀମ ନାୟକ, ବାଲେଶ୍ୱର ହରପାଳ, ଠଣ ସୁନ୍ଦର ନାୟକ, ଜିଲ୍ଲା କଂଗ୍ରେସ ମିଡ଼ିଆ ସେଲ ସନ୍ତୋଷ ପ୍ରଧାନ, ଦୁଃଖିଶ୍ୟାମ ପ୍ରମୁଖ ମଂଚାସୀନ ଥିଲେ।