ବୌଦ୍ଧ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ପରିଚାଳନା କମିଟି ବୈଠକ
ଅନୁଷ୍ଠିତ, ଯୋଗଦେଲେ ଜିଲ୍ଲାପାଳ :- ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ବିଦ୍ୟାଳୟ ପରିଚାଳନା କମିଟି ବୈଠକ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକରେ ବିଦ୍ୟାଳୟର ଅଧ୍ୟକ୍ଷ ସନକ ମେହେର ବିବରଣୀ ଉପସ୍ଥାପନ କରିଥିଲେ | ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ସହକାରୀ ଜିଲ୍ଲାପାଳ ଚାନ୍ଦିନି ମେହେର, ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ୍ ଦୁବେ, ଜବାହର ନବୋଦୟ ବିଦ୍ୟାଳୟ ଅଧ୍ୟକ୍ଷ ବ୍ରମ୍ହଦେଓ ପ୍ରସାଦ, ଜିଲ୍ଲା ମୁଖ୍ୟ ଚିକିତ୍ସl ଅଧିକାରୀ ଡାକ୍ତର ସଂଘମିତ୍ରା ପଣ୍ଡା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିୟାର ସିଂହ ଓ କମିଟିର ସମସ୍ତ ସଦସ୍ୟ ବୃନ୍ଦ ଓ ଅନ୍ୟ ଅଧିକାରୀ ମାନେ ବୈଠକରେ ଯୋଗ ଦେଇ ବିଦ୍ୟାଳୟ ପରିଚାଳନା ସମ୍ପର୍କିତ ବିଭିନ୍ନ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ |