କ୍ଲଷ୍ଟସ୍ତରୀୟ ସୁରଭି କାର୍ଯ୍ୟକ୍ରମ
===================
ରଙ୍ଗେଇଲୁଣ୍ଡା-ରଙ୍ଗେଈଲୁଣ୍ଡା ବ୍ଲକ ଅନ୍ତର୍ଗତ ରଙ୍ଗିପୁର କ୍ଲଷ୍ଟସ୍ତରୀୟ ସୁରଭି କାର୍ଯ୍ୟକ୍ରମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବ୍ଲକ କୋଲନିଠାରେ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ପ୍ରଭୁ ଶ୍ରୀ ଜଗତର ନାଥ ଜଗନ୍ନାଥଙ୍କଠାରେ ପ୍ରଦୀପ ପ୍ରଜ୍ବଳନ କରାଯାଇଥିଲା । ଛାତ୍ର ଛାତ୍ରୀଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ପ୍ରତିନିଧି ଶ୍ରୀ ଗଙ୍ଗାଧର ଶତପଥୀ ମୁଖ୍ୟ ଅତିଥି ରୂପେ ଯୋଗଦାନ କରିଥିଲେ । ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଜଗନ୍ନାଥ ଭୂୟାଁ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଶ୍ରୀମତୀ କୁସୁମ କୁମାରୀ ପାଢ଼ୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସୁକାନ୍ତ କୁମାର ଜେନା, କରଣ ସାହି CRCC ଶ୍ରୀଯୁକ୍ତ ଅନୁଜ କୁମାର ପ୍ରଧାନ, କନିଷି CRCC ଶ୍ରୀଯୁକ୍ତ ଵିରୁପାକ୍ଷ ବେହେରା ପ୍ରମୁଖ ସମ୍ମାନୀତ ଅତିଥି ରୂପେ ଯୋଗଦେଇ ଉଦବୋଧନ ଦେଇଥିଲେ ।କ୍ଲଷ୍ଟର ବିଭିନ୍ନ ବିଦ୍ୟାଳୟରୁ ଛାତ୍ର ଛାତ୍ରୀମାନେ ଆସି ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । କୃତି ଛାତ୍ର ଛାତ୍ରୀମାନଙ୍କୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଦେବେନ୍ଦ୍ର ବେହେରା ଏବଂ ଅନ୍ୟାନ୍ୟ ଅତିଥିଙ୍କ ଉପସ୍ଥିତିରେ ପୁରସ୍କାର ସହିତ ମାନପତ୍ର ପ୍ରଦାନ କରାଯାଇଥିଲା। ରଙ୍ଗିପୁର କ୍ଲଷ୍ଟର CRCC ଶ୍ରୀଯୁକ୍ତ ଗୋପାଳ କୃଷ୍ଣ ପଣ୍ଡାଙ୍କ ତତ୍ତ୍ଵାବଧାନରେ ସମସ୍ତ କାର୍ଯ୍ୟକ୍ରମ ନିର୍ଦ୍ଧାରିତ ସମୟ ମଧ୍ୟରେ ସମାପନ କରାଯାଇଥିଲା। ପରିଶେଷରେ ସଂପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପି .ପଦ୍ମା ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରତ୍ୟେକ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀ ସଂପୂର୍ଣ୍ଣ ରୂପେ ସହଯୋଗ ପ୍ରଦାନ କରିଥିଲେ।
