ବାତ୍ୟା ମୋନ୍ଥା ରେ କାର୍ଯ୍ୟରତପୋତାର ପଞ୍ଚାୟତ ର ଯୋଗାଣ ସହାୟକ ଙ୍କ ମୃତ୍ୟୁ —
ଗଜପତି ( ଟିକି ଲିମା)
ଗଜପତି ଜିଲ୍ଲା ରାୟଗଡ ବ୍ଲକ ପୋତାର ପଞ୍ଚାୟତ ରେ ବାତ୍ୟା ମୋନ୍ଥାର ମୁକାବିଲା କାର୍ଯ୍ୟରେ ନିୟୋଜିତ ଥିବା ଯୋଗାଣ ସହାୟକ ସୁରେନ୍ଦ୍ର ଗମାଙ୍ଗାଙ୍କ ମୃତ୍ୟୁ ହୋଇଥିବା ସୁଚନା ମିଳିଛି।
ସୂଚନା ଅନୁଯାୟୀ ଯୋଗାଣ ସହାୟକ ସୁରେନ୍ଦ୍ର ବାତ୍ୟା ଆଶ୍ରୟସ୍ଥଳୀକୁ ଲୋକଙ୍କୁ ଆଣିବା ସହିତ ସେମାନଙ୍କ ରହଣୀ ଓ ଖାଦ୍ୟପେୟ ବ୍ୟବସ୍ଥା ବୁଝୁଥିଲେ । ସୁରେନ୍ଦ୍ର ନିଜ ଡିଉଟି ସାରି ଖାଇବା ପରେ ଶୋଇବାକୁ ଯାଇଥିଲେ । ଏହି ସମୟରେ ହଠାତ୍ ସେ ଅସୁସ୍ଥ ହୋଇପଡ଼ିଥିଲେ । ତୁରନ୍ତ ତାଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ହେଲେ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଡାକ୍ତର ମୃତ ଘୋଷଣା କରିଥିଲେ । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।
