ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ୧୫୦ତମ ଜୟନ୍ତୀ ଅବସରରେ ଏକତା ପାଇଁ ଦୌଡର ଶୁଭାରମ୍ଭ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ:
ନୀଳଗିରି :- ଆଜି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ କର କମଳରେ ନୀଳଗିରି ଠାରୁ ମିତ୍ରପୁର ପର୍ଯ୍ୟନ୍ତ ଆୟୋଜିତ ପଦଯାତ୍ରା ଦୀର୍ଘ ୧୦ କି.ମି. ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ୧୫୦ତମ ଜୟନ୍ତୀ ଅବସରରେ ଏକତା ପାଇଁ ଦୌଡ଼ର ଶୁଭ ଉଦ୍ଘାଟନ ହୋଇଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦର ରୁ ହେଲିକପ୍ଟର ଯୋଗେ ଗସ୍ତ ରେ ଆସି ନୀଳଗିରି ମହାବିଦ୍ୟାଳୟ ଠାରେ ନିର୍ମିତ ଅସ୍ଥାୟୀ ହେଲିପେଡରେ ଅବତରଣ ପରେ ଜଗନ୍ନାଥ ମନ୍ଦିରରେ ପ୍ରଭୁଙ୍କୁ ଦର୍ଶନ କରିଥିଲେ। ପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ଦର୍ଶନ ପରେ ଏକତା ପାଇଁ ଦୌଡ଼ ଆୟୋଜିତ କାର୍ଯ୍ୟକ୍ରମ ସ୍ଥାନୀୟ ପୋଲିସ ପଡିଆରେ ଅନ୍ୟାନ୍ୟ ବରେଣ୍ୟ ଅତିଥି ମାନଙ୍କ ଗହଣରେ ପହଞ୍ଚିଥିଲେ।ଏହି ଐତିହାସିକ କାର୍ଯ୍ୟକ୍ରମ ଶୁଭାରମ୍ଭ ଦିବସରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ, ମାନ୍ୟବର ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ସୁରଜ, ମାନ୍ୟବର ସରକାରୀ ଉପମୁଖ୍ୟ ସଚେତକ ତଥା ରେମୁଣା ବିଧାୟକ ଶ୍ରୀଯୁକ୍ତ ଗୋବିନ୍ଦ ଚନ୍ଦ୍ର ଦାସ, ବାଲେଶ୍ଵର ର ମାନ୍ୟବର ସାଂସଦଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଅନ୍ୟାନ୍ୟ ବରେଣ୍ୟ ଅତିଥି ମାନଙ୍କ ମଧ୍ୟରେ ମାନ୍ୟବର ନୀଳଗିରି ବିଧାୟକ ଶ୍ରୀଯୁକ୍ତ ସନ୍ତୋଷ ଖଟୁଆ, ମାନ୍ୟବର ସଦର ବାଲେଶ୍ଵର ବିଧାୟକ ଶ୍ରୀଯୁକ୍ତ ମାନସ କୁମାର ଦତ୍ତ, ମାନ୍ୟବର ବଡ଼ସାହି ବିଧାୟକ ଶ୍ରୀଯୁକ୍ତ ସନାତନ ବିଜୁଳି, ମାନ୍ୟବର ସିମୁଳିଆ ବିଧାୟକ ଶ୍ରୀଯୁକ୍ତ ପଦ୍ମ ଲୋଚନ ପଣ୍ଡା, ରାଜ୍ୟ ମହିଳା କମିଶନର ଶ୍ରୀମତୀ ଶୋଭନା ମହାନ୍ତି, ବରିଷ୍ଠ ବୁଦ୍ଧିଜୀବୀ ଶ୍ରୀଯୁକ୍ତ ଈଶ୍ୱର ଚନ୍ଦ୍ର ବେହେରା, ବରିଷ୍ଠ ବୁଦ୍ଧିଜୀବି ଡ଼ା.ଶ୍ରୀଯୁକ୍ତ ପ୍ରଦୀପ କୁମାର ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ।ଏହି କାର୍ଯ୍ୟକ୍ରମରେ ବାଲେଶ୍ଵର ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ ମଞ୍ଚାସିନା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ସମେତ ସମସ୍ତ ବରେଣ୍ୟ ଅତିଥି ମାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରିବା ପରେ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତୀରେ ଧୂପ ଦୀପ ଜଳାଇବା ସଙ୍ଗେ ସଙ୍ଗେ ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିଥିଲେ।ଆଜିର ଏହି ପଦଯାତ୍ରାର ଶୁଭାରମ୍ଭ ନିମନ୍ତେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ରେ ମାନ୍ୟବର ମୁଖ୍ୟମନ୍ତ୍ରୀ କହିଥିଲେ କି ଏକତା ପାଇଁ ଦୌଡ ବା ପଦଯାତ୍ରା ସାଧାରଣ ପଦଯାତ୍ରା ନୁହେଁ ।ଏହା ସମସ୍ତ ଭାରତୀୟଙ୍କ ଜାତୀୟତା ବୋଧର ପ୍ରତୀକ,ଦେଶକୁ ଅଖଣ୍ଡ ରଖିବା ସମସ୍ତ ନାଗରିକଙ୍କ କର୍ତ୍ତବ୍ୟ । ଏହି ପଦଯାତ୍ରା ଶୁଭ ଉଦ୍ଘାଟନ ପରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନୀଳଗିରି ଠାରୁ ମିତ୍ରପୂର୍ ପର୍ୟ୍ୟନ୍ତ ଦୀର୍ଘ ୯ କି. ମି.ପଦଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଏହି ପଦଯାତ୍ରାରେ ସହସ୍ରାଧିକ ଛାତ୍ର ଛାତ୍ରୀ, ଯୁବ ବର୍ଗ, ସାଧାରଣ ଜନତା ,ବିଭିନ୍ନ ବିଭାଗୀୟ ଅଧିକାରୀ ସାମିଲ ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ୧୦୦ ମିଟର ଲମ୍ବ ର ଜାତୀୟ ପତାକାର ଶୋଭା ବର୍ଦ୍ଧନ କରିଥିଲା। ଏହି କାର୍ଯ୍ୟକ୍ରମକୁ ମିତ୍ରପୁର୍ ପର୍ଯ୍ୟନ୍ତ ଆୟୋଜିତ ପଥ ରେ ଧୋବ ଶିଳା, କେନ୍ଦୁଖୁଣ୍ଟା ଏବଂ ମିତ୍ରପୂର ଠାରେ ସମାପନ ହୋଇଥିଲା।
ବାଲେଶ୍ବର ରୁ ସ୍ୱତନ୍ତ୍ର ପ୍ରତିନିଧି ସମ୍ବିତ ବେହେରାଙ୍କ ରିପୋର୍ଟ।।।।
